04
Jul
ରଥଯାତ୍ରା ଅବସରରେ ଶ୍ରଦ୍ଧାଳୁଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ପବିତ୍ର ରଥଯାତ୍ରା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟ୍ୱିଟ୍ ଜରିଆରେ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଓଡ଼ିଆରେ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ଏକ ଭିଡିଓ ମଧ୍ୟ ପୋଷ୍ଟ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ୍ରେ ଉଲ୍ଲେଖ କରିଛନ୍ତି ଯେ, ଘୋଷଯାତ୍ରା ଅବସରରେ ସାରା ବିଶ୍ଵର ସମସ୍ତ ଜଗନ୍ନାଥ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଯାଉ।